ଦେବଗଡ: ଜିଲ୍ଲାରେ ବଜ୍ରପାତ ଓ ଝଡବର୍ଷା ସମ୍ଭାବନା, ୧ ତାରିଖ ସକାଳ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର
ଦେବଗଡ ଜିଲ୍ଲାରେ ଆଜି ଠାରୁ ଆସନ୍ତା ୧ ତାରିଖ ସକାଳ ପର୍ଯ୍ୟନ୍ତ ବଜ୍ରପାତ ଏବଂ ଝଡବର୍ଷା ସହିତ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏଥିସହ ଆଜି ଠାରୁ ଆସନ୍ତା ୧ ତାରିଖ ସକାଳ ପର୍ଯ୍ୟନ୍ତ ବଜ୍ରପାତ ଏବଂ ଝଡବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ପୂର୍ବାନୁମାନ କରିଥିବା ବେଳେ ଆଜି ଦିନ ପ୍ରାୟ ୧ ଟାରେ ଏନେଇ ସୂଚନା ଦିଆଯାଇଛି ।