ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।