ଜମନକିରା ବ୍ଲକ ଷଣ୍ଢପଥର ସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଠାରୁ ଏକ ସଚେତନତା ରଥ ବାହାରିଥିବା ବେଳେ ଉକ୍ତ ରଥ ଗୁରୁବାର ଦିନ ଷଣ୍ଢପଥର ସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ କୁ ପହଞ୍ଚିଥିଲା। ବିଦ୍ୟାଳୟ ପରିସର ରେ ଉକ୍ତ ରଥ କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ଜମନକିରା ଥାନା ଅଧିକାରୀ ପଦ୍ମାଳୟା ସାହୁ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମ ରେ କୁଚିଣ୍ଡା SDPO ପ୍ରଦୀପ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।