ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କ୍ୟାପିଟାଲ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ ଭୁବନେଶ୍ୱର ମଧ୍ୟ ବିଧାୟକ ବିଜୟ ମହାନ୍ତି
ବିଜେଡିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ । କିଛି ଦିନର ଅସୁସ୍ଥତା ପରେ ତାଙ୍କର ମୃତ୍ୟୁ ହୋଇଛି। ୬୦ ବର୍ଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଜୟ ମହାନ୍ତି। ବିଜୟ ମହାନ୍ତି ବିଜେଡିରୁ ୨ ଥର ବିଧାୟକ ହୋଇଥିଲେ । ୨୦୦୯ ଓ ୨୦୧୪ରେ ସେ ନିର୍ବାଚନ ଜିତି ଭୁବନେଶ୍ବର ମଧ୍ୟ ଆସନରେ ବିଧାୟକ ଗାଦୀ ହାତେଇଥିଲେ । ଅନେକଙ୍କ ପାଖରେ ସେ ବାଦଲ ମହାନ୍ତି ଭାବେ ମଧ୍ୟ ପରିଚିତ ଥିଲେ । କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ।