ଜୟପୁର: ଯାଦବ ଭଵନ ଜୟପୁର ଠାରେ ଅଣଗେଜେଟେଡ୍ କର୍ମଚାରୀ ସମନ୍ବୟ ସମିତି ର ବୈଠକ, ସଭାପତି ଦେଲେ ସୂଚନା
ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ବୟ ସମିତି କୋରାପୁଟ ଜିଲ୍ଲା ଶାଖା ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ସଂନ୍ଧ୍ୟା 5ଟାରେ ଜୟପୁର ଯାଦବ ଭବନ ଠାରେ ଅନୁଷ୍ଠିତ ହୋଇଥିଲା l ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ବୟ ସମିତି କୋରାପୁଟ ଜିଲ୍ଲା ଶାଖା ସଭାପତି ଶଶୀ ଭୂଷଣ ଦାସ ଙ୍କ ଆହ୍ବାନ କ୍ରମେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଶତାଧିକ ଅଣଗେଜେଟେଡ୍ କର୍ମଚାରୀ ଯୋଗଦାନ କରିଥିଲେ l କର୍ମଚାରୀ ମାନଙ୍କର ବିଭିନ୍ନ ନ୍ୟାର୍ଯ୍ୟ ଦାବି ସମ୍ପର୍କରେ ଉକ୍ତ ବୈଠକରେ ଆଲୋଚନା ହୋଇଥିଲା l