ଯାଜପୁର ଜିଲ୍ଲା NH 16 ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାଇ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ NH 16 ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ଧକା ଦେଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ।