ଝାରସୁଗୁଡା: ଲଖନପୁର ବ୍ଲକର ୧୬ ଟି ଗ୍ରାମପଞ୍ଚାୟତକୁ ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଉଦଘାଟନ କଲେ ରାଜସ୍ୱ ମନ୍ତ୍ରୀ
ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ର ୧୬ ଟି ଗ୍ରାମପଞ୍ଚାୟତ କୁ ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସହିତ ଅନେକ ବିକାଶ ମୂଳକ ପ୍ରକଳ୍ପ ର ଉଦଘାଟନ ଏବଂ ଭିତ୍ତପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆଜି ଦିନ ବାରଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦାନ କରି ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସହିତ ଅନେକ ବିକାଶ ମୂଳକ ପ୍ରକଳ୍ପ ର ଉଦଘାଟନ ଏବଂ ଭିତ୍ତପ୍ରସ୍ତର ସ୍ଥାପନ କରିଥିଲେ।