ଶୁକ୍ରବାର ବୌଦ୍ଧ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି | ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ଉପସ୍ଥିତ ଥିଲେ l