ପଟ୍ଟାଙ୍ଗୀ: ପଟାଙ୍ଗି ବ୍ଳକ ସ୍ତରୀୟ ପରବ ନେଇ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବ୍ଳକ୍ ସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ପରବ ପାଳନ ନେଇ ପଟାଙ୍ଗି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପଟାଙ୍ଗି ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମ କୃଷ୍ଣ ନାୟକଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଆଜି ଦିନ ୧୨ଘଣ୍ଟା ସମୟରେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ ଯୋଗଦାନ ଦେଇଥିଲେ।ଅନ୍ୟତମ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗି, ତହସିଲଦାର ଦେବେନ୍ଦ୍ର ଧାରୁଆ,ବ୍ଲକ ଅଧ୍ୟକ୍ଷା କଳ୍ପନା ପାଙ୍ଗି,ଜିଲ୍ଲା ପରିଷଦ ସଦସ୍ୟ ଲଇଛନ ଖରା ପ୍ରମୁଖ ଉପସ୍ଥିତ ଥିଲେ।