ଦେବଗଡ: କଳାମାଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସଂଘ ନିର୍ବାଚନ
ତିଲେଇବଣି ବ୍ଲକ କଳାମାଟି ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ଆଜି ଅଭିଭାବକ-ଶିକ୍ଷକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ଆଜି ଦିନ ପ୍ରାୟ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଡୋମନ ଏକ୍କାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୂଖ୍ୟ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସିକା ସଂଧ୍ୟା ମାଝୀ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ବିକାଶ କ୍ଷେତ୍ରରେ ପିତାମାତା ତଥା ଅଭିଭାବକ ମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ ।