ଗତ ଦୁଇ ଦିନ ଧରି ବିଜମରା ପିଏମ ଶ୍ରୀ ସ୍ବାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟର ପରିସରରେ ଚାଲିଥିବା ବିଦ୍ୟାଳୟର ସୂବର୍ଣ୍ଣ ଜୟନ୍ତୀ ସମାରୋହ ରବିବାର ସଂଧ୍ୟାରେ ଉଦଯାପିତ ହେଇଯାଇଛି। ସୂବର୍ଣ୍ଣ ଜୟନ୍ତୀ ମହୋତ୍ସବ କମିଟିର ଅଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସମାରୋହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପଦ୍ମଶ୍ରୀ ହଳଧର ନାଗ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବାବେଳେ ପଦ୍ମଶ୍ରୀ ପଟ୍ଟାୟତ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।