ଝାରସୁଗୁଡା: କୋଲାବିରା ବ୍ଲକରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଓ ଜନସମ୍ପର୍କ ସଭା ଅନୁଷ୍ଠିତ, ଯୋଗଦେଲେ ସ୍ଥାନୀୟ ବିଧାୟକ
ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଓ ଜନସମ୍ପର୍କ ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଆଜି ସକାଳ ଏଗାରଟା ସମୟରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଯୋଗଦାନ କରି ସ୍ଥାନୀୟ ନାଗରିକଙ୍କ ସହିତ ଆଲୋଚନା କରିଥିଲେ। ଏହା ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ମୂଳକ ଯୋଜନା ସମ୍ପର୍କରେ ସଚେତନ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ଯୋଜନା ଗୁଡିକ କିପରି ଲାଭାର୍ଥୀ ମାନଙ୍କ ପର୍ଯ୍ୟନ୍ତ ପହଞ୍ଚିପାରିବ ତାକୁ ନେଇ ସଚେତନ କରାଯାଇଥିଲା।