କଳାହାଣ୍ଡି ଜିଲ୍ଲା ଧର୍ମଗଡ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ରବିବାର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ର କଳା, ସଂସ୍କୃତି, ଐତିହ୍ୟ,ପରମ୍ପରା ର ମହାକୁମ୍ଭ କଳାହାଣ୍ଡି ଉତ୍ସବ କୁ ନେଇ ଧର୍ମଗଡ ଅଞ୍ଚଳରେ ପ୍ରବଳ ଉତ୍ସାହ ଉଦ୍ଦୀପନା ଦେଖିବାକୁ ମିଳିଛି। କାର୍ଯ୍ୟକ୍ରମ ରେ ଧର୍ମଗଡ ନଗରପାଳ ଅଶୋକ କୁମାର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।