ଦେବଗଡ: ରିଆମାଳ କଲ୍ୟାଣ ମଣ୍ଡପରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା
ଦେବଗଡ଼ ଜିଲ୍ଲା ରିଆମାଳ କଲ୍ୟାଣ ମଣ୍ଡପ ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଆଜି ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି ।ଦିନ ପ୍ରାୟ ୨ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରିୟଦର୍ଶିନୀ ସାହୁ ସଂଯୋଜନା କରିଥିବା ବେଳେ ରିଆମାଳ ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସଞ୍ଜୀବ କୁମାର ପାତ୍ର ସ୍ୱାଗତ ଭାଷଣ ଦେଇଥିଲେ । ରିଆମାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦିତ୍ୟ କୁମାର ପଣ୍ଡାଙ୍କ ସଭାପତିତ୍ୱ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ଦେବଗଡ଼ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି ଭାବେ ଦେଇଥିଲେ ।