କୁଚିଣ୍ଡା ବ୍ଲକ ଅନ୍ତର୍ଗତ ପାରୁଆଭାଡ଼ି ଠାରେ LRI ଯାତ୍ରା ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତଥା ସମ୍ବଲପୁର ଜିଲ୍ଲା ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗ ଦେଇ ଚାଷୀଙ୍କୁ ଉତ୍ସାହିତ କରିଥିଲେ।