ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ ଛାତ୍ର ଛାତ୍ରୀ ମାନଙ୍କର କ୍ରୀଡା ଚୟନ ଶିବିର ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ ଟାରେ ଉଦଯାପିତ ହୋଇଯାଇଛି। ରିଆମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଫୁଲ୍ଲ କାଲୋଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଉପଜିଲ୍ଲାପାଳ ପରକ୍ଷିତ ସାହୁ ଯୋଗ ଦେଇଥିଲେ।