ନବରଙ୍ଗପୁର ଜିଲ୍ଲା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ଆରମ୍ଭ ହୋଇଯାଇଛି । ଏହି ଅବସରରେ ଶନିବାର ଡାବୁଗାଁ ଥାନା ଅନ୍ତର୍ଗତ ସିଙ୍ଗିସାରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦିନ ପ୍ରାୟ ୧ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ କରାଯାଇଥିଲା । ସାଇବର ସୁରକ୍ଷା ସମ୍ବନ୍ଧୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯାଇ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।