ପୁରୀ ମ୍ୟୁନିସିପାଲଟି: ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଜୟନ୍ତୀ ପାଳିତ ହୋଇଛି l
Puri M, Puri | Oct 9, 2025 ପୁରୀ ରେ ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଜୟନ୍ତୀ ପାଳିତ। ପୁରୀ ଜିଲ୍ଲା ରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ ତମ ଜନ୍ମ ଜୟନ୍ତୀ ଆଜି ପାଳିତ ହୋଇଥିଲା।ସକାଳ ୭ ଘଟିକା ୩୦ ମିନିଟ ସମୟରେ ସିଂହଦ୍ୱାର ଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପ୍ରଶାସନ,ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା,ଉପସ୍ଥିତ ଥିଲେ