ଗଞ୍ଜାମ ଜିଲ୍ଲା ଚିକିଟୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାତ୍ରପୁର ଓ ସୋରଳ ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସୋମବାର ଅପରାହ୍ନ ପର୍ଯ୍ୟନ୍ତ ଏହା ଚାଲିଥିଲା। ଉଭୟ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଗ୍ରହଣ କରିଥିଲେ।