ବରଗଡ: ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରାର ବ୍ୟବସ୍ଥାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେଲା ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ
ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା | ଏନେଇ ସମସ୍ତ ସାଜସଜ୍ଜା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ କଳାକାରଙ୍କ ଆଖଡା ମଧ୍ୟ ଶେଷ ହୋଇ ସାରିଛି | ଏନେଇ ସୋମବାର ସନ୍ଧ୍ୟା ୫ ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲାପାଳ ଆଦିତ୍ୟ ଗୋୟଲ,ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ସତପଥି ଓ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଉପସ୍ଥିତ ରହି ଚଳିତ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା କିପରି ସୁରୁଖୁରୁରେ କରାଯାଇ ପାରିବ ସେନେଇ ଜଣାଇଥିଲେ ।