ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ଅନ୍ତର୍ଗତ ମଧୁପୁର ସ୍ଥିତ ପିଏମଶ୍ରୀ ମଧୁପୁର କନ୍ୟାଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଦ ବ୍ୟାସ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟସ୍ତରୀୟ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅଧକ୍ଷା କମଳା ପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ ଡଃ ଭବାନୀ ଶଙ୍କର ନିଆଲ ଯୋଗଦେଇ ଥିଲେ।