ସମ୍ବଲପୁର ବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ ୫୦ଟି ଇ-ବସ୍ ଚାଲିବ। ଆଜି ଦିନ ପ୍ରାୟ 2 ଟା ସମୟରେ ମହାନଦୀ ରିଭର ଫ୍ରଣ୍ଟ ରେ ମୁଖ୍ୟମନ୍ତ୍ରୀ ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍ଘାଟନ