ମଙ୍ଗଳବାର ଦିନ ବିଜେପି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ନବ ନିଯୁକ୍ତ ଜିଲ୍ଲା କର୍ମକର୍ତ୍ତାଙ୍କ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତି, ମାଗୁଣି ଗାଈଗୌରିଆ, ଯୁଗଳ ସାହୁ, ମନରଞ୍ଜନ ଦାସ୍ ମଞ୍ଚାସିନ ହୋଇ ଜିଲ୍ଲାର ନୁତନ ଜିଲ୍ଲା ଉପ ସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ ଓ କୋଷାଧ୍ୟକ୍ଷ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ |