କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୩ଘଣ୍ଟା ସମୟରେ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମେଡିକାଲ କଲେଜ ଓ ହସପିଟାଲ ଡିନ୍, ପ୍ରଫେସର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସହ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ମେଡିକାଲ କଲେଜ ଓ ହସପିଟାଲ ର ବିଭିନ୍ନ ବିଷୟକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।