ପାରଳାଖେମୁଣ୍ଡି: ଗୋଷାଣି ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ, ଜିଲ୍ଲା ସ୍ତରକୁ ଲମ୍ଫ ଦେବେ ବିଜୟୀ
ଗଜପତି ଜିଲ୍ଲା ଗୋଷାଣି ବ୍ଲକରେ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫୩ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ପ୍ରଥମ ସ୍ଥାନ ହାସଲ କରିଥିବା ଖେଳାଳିମାନେ ଆସନ୍ତା ୩୦ ତାରିଖରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ।