କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ଥାନା ଦ୍ଵାରା ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମରେ ମାରାଥନ ଦୌଡ଼ ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୧୦ ଘଣ୍ଟା ସମୟରେ ପଟ୍ଟାଙ୍ଗି ଥାନା ଅଧିକାରୀ ପ୍ରଭାତ ବେହେରାଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମ କୃଷ୍ଣ ନାୟକ,ତହସିଲଦାର ଦେବେନ୍ଦ୍ର ଧାରୁଆ, ବିଧାୟକ ପ୍ରତିନିଧି ଅର୍ଜୁନ ବାଙ୍କା,ଗାଙ୍ଗେଶ୍ଵରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରାମକୃଷ୍ଣ ସାମଲ,ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରୁ ଡାକ୍ତରି ଦଳ,ପଟ୍ଟାଙ୍ଗି ସରପଞ୍ଚ ଆଲମେ ଫୁଲ ଉପସ୍ଥିତ ଥିଲେ।