ମତଦାନ କେନ୍ଦ୍ର ସୁବ୍ୟବସ୍ଥାକରଣ ନିମନ୍ତେ ରାଜନୈତିକ ଦଳର ପ୍ରତିନିଧି ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି | ଶନିବାର ଅପରାହ୍ନ ୩ ଘଣ୍ଟା ସମୟରେ ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ୧ ଗୋଟି ଲୋକସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ତ ୫ ଗୋଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟରଙ୍କ ସୁବିଧାକୁ ଦୃଷ୍ଟିରେ ରଖି ମତଦାନ କେନ୍ଦ୍ର ତଥା ବୁଥ ଗୁଡ଼ିକର ସୁବ୍ୟବସ୍ଥା କରଣ କରିବା ନିମନ୍ତେ ଜିଲ୍ଲାର ବିଭିନ୍ନ ରାଜନୈତିକ ଦଳମାନଙ୍କ ସହ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି ।