ବାରିପଦା ସ୍ଥିତ ପ୍ରାରମ୍ଭିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ପରିସରରେ ମୟୂରଭଞ୍ଜ ସମଗ୍ର ଶିକ୍ଷା ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ 'କଳା ଉତ୍ସବ-୨୦୨୫' ଅନୁଷ୍ଠିତ ହୋଇଯାଇଅଛି। ଉଦଯାପାନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ଵାଳ, ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ ଓ ନିର୍ଦ୍ଦେଶକ ଚିନ୍ମୟ ଦାସ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜକ ନିରଞ୍ଜନ ନାୟକ ଯୋଗଦାନ କରି ପିଲାମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିବା ସଙ୍ଗେ ସଙ୍ଗେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ।