ସରକାରୀ ଶିଳ୍ପ ତାଲିମ କେନ୍ଦ୍ର, ବଲାଙ୍ଗିର ପରିସରରେ ଆଜି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ସଫଳତାର ସହ ଆୟୋଜିତ ହୋଇଛି। ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି ମେଳାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ୬୬୮ ଜଣ ଚାକିରି ଆଶାୟୀ ଅଂଶଗ୍ରହଣ କରିଥିବା ବେଳେ ୯ ଜଣ ପ୍ରାର୍ଥୀଙ୍କୁ ତୁରନ୍ତ ନିଯୁକ୍ତି ପତ୍ର ଏବଂ ୧୨ ଜଣ ନାନୋ ୟୁନିକର୍ଣ୍ଣ ହିତାଧିକାରୀଙ୍କୁ ୧ ଲକ୍ଷ ଟଙ୍କାର ଚେକ୍ ବଣ୍ଟନ କରାଯାଇଥିଲା।