ସୋମବାର ଦିନ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ ଶିବିରରେ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ସମାଧାନ କରୁଛନ୍ତି | ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ସମାଧାନ ଦିଗରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି l