ବାରକୋଟ ଥାନା ଅଂଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଯୁବକ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଚରଣ ମୁଣ୍ଡାଙ୍କ ପୁଅ ସିକେନ୍ଦର ମୁଣ୍ଡା ବୋଲି ଜଣାପଡିଛି । ଆଜି ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ଜାମିନ ଆବେଦନ ଖାରଜ ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ଆଜି ରାତି ରାତି ୯ ଟାରେ ଏନେଇ ଥାନା ଅଧିକାରୀଙ୍କ ଠାରୁ ସୂଚନା ମିଳିଛି । ପିଡିତା ଗତ ୬ ତାରିଖ ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।