ଉଦଳା: ଉଦଳାରେ ବିଜେଡିର ବିଶାଳ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
ମୟୂରଭଞ୍ଜ ଜିଲ୍ଲା ଉଦଳା ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନଙ୍କ ନେତୃତ୍ୱରେ ବିଜେଡି ପକ୍ଷରୁ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଦଳୀୟ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମରେ ବହୁ କର୍ମୀ ଓ ନେତା ଯୋଗ ଦେଇଥିଲେ।