ବଲାଂଗିର–ସୋନପୁର ମୁଖ୍ୟ ସଡ଼କର ବଦବହାଲି ଛକ ଠାରେ ଆଜି ଏକ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବାବେଳେ, ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ପ୍ରଥମେ ନିକଟସ୍ଥ ହସ୍ପିଟାଲକୁ ନେଯାଯାଇଥିଲା। ପରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ଭିମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ରେଫର କରାଯାଇଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣା ସମ୍ପର୍କରେ ପୋଲିସ ତଦନ୍ତ ଜାରି