ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁତ୍ରା ବ୍ଳକର ତରକେରା ହାଇସ୍କୁଲ ପ୍ରାଙ୍ଗଣରେ ଆଜି ବାର୍ଷିକ ଉତ୍ସବ ସହ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଧାନ ଶିକ୍ଷକ ଲୋକନାଥ ପ୍ରଧାନ ଙ୍କର ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ସାରଙ୍ଗଧର ବରିହା ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।