ବାରିପଦା ମ୍ୟୁନିସିପାଲଟି: ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଯଶୋଦା ଯୋଜନା ସମ୍ପର୍କିତ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ
ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ତଥା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ମୟୂରଭଞ୍ଜ ସହଯୋଗରେ ଗୁରୁବାର ଦିନ ପ୍ରାୟ ୧୨ଟାରେ ବାରିପଦା ସ୍ଥିତ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଯଶୋଦା ଯୋଜନା ସମ୍ପର୍କିତ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତା ମୟୀ ବିଶ୍ବାଳ ଅଧ୍ୟକ୍ଷତା କରିଥିବା ବେଳେ ଅନେକ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।