ଛତ୍ରପୁର: ପୋଡାପଦର ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଡାପଦର ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତି ରହିଥିଲେ।ପୋଡାପଦର ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମର ଜନସାଧାରଣ ଏଥିରେ ସାମିଲ ହୋଇ ନିଜ ନିଜର ଅଭିଯୋଗ ଆଗତ କରିଥିଲେ।