କଣ୍ଟାବାଞ୍ଜି: ତୁରେକେଲାରେ ଉଦଯାପିତ ହେଲା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'
ତୁରେକେଲା ରାଜୀବ ଗାନ୍ଧୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ବ୍ଲକସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'। ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ କୃତୀ ପ୍ରତିଯୋଗୀମାନେ ନଭେମ୍ବର ୫ରେ ବଲାଙ୍ଗୀରରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଯୋଗ ଦେବେ।