ରାଜ୍ୟରେ ଏବେ ଶୀତର ଲହରୀ ଜାରି ରହିଥିବା ବେଳେ ନବରଙ୍ଗପୁରରେ ମଧ୍ଯ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଶନିବାର ନବରଙ୍ଗପୁର ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରହିବ । ଶୁକ୍ରବାର ଦିନ ଗୋଟିଏରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।