ଲୋଇସିଂହା ସ୍ଥିତ କୁଶଙ୍ଗ ଆଞ୍ଚଳିକ ଡ଼ିଗ୍ରୀ ମହାବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଯୁବ ଦିବସ ଉପଲକ୍ଷେ ଏକ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଆଜି ଅପରାହ୍ନ ୧୨ଟା ୩୦ମିନିଟ୍ ସମୟରେ ଯୋଗଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକାଙ୍କ ଉପସ୍ଥିତିରେ ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା।