ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅନନ୍ୟ ବିପ୍ଳବୀ ତଥା ବିଶିଷ୍ଟ ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ତଥା ଜିଲ୍ଲା ସ୍ତରୀୟ ସମାରୋହ ସୁକିନ୍ଦାରେ ପାଳିତ ହୋଇଯାଇଛି । ଏହି ୧୫ ନଭେମ୍ବର ୨୦୨୫ ଦିବସକୁ ଜନ ଜାତୀୟ ଗୌରବ ଦିବସ ରୂପେ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ସମବାୟ ,ବୟନଶିଳ୍ପ, ହସ୍ତଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ମୁଖ୍ୟ ଅତିଥି ଓ ଜିଲ୍ଲାପାଳ ଅମ୍ବର କୁମାର କର ସମ୍ମାନିତ ଅତିଥି ଭାବେ ଯୋଗଦେଇ ସହିଦ ବିର୍ସା ମୁଣ୍ଡାଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ ।