ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ଗିଧିଘାଟି ଗ୍ରାମ ନିକଟରେ ବାଇକ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଛି। ବଡଦୁନ୍ଦୁ ଗ୍ରାମର ପ୍ୟାର ଜାହାନଙ୍କ ପୁଅ ପେଟୁ ଏକ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଗିଧିଘାଟି ଗ୍ରାମ ନିକଟସ୍ଥ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।