କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାହାରପଡା ଫାଣ୍ଡି ଅନ୍ତର୍ଗତ ଗାଇଁସିରି ଗ୍ରାମର ମନୋରଞ୍ଜନ ମୁଣ୍ଡାଙ୍କ ପତ୍ନୀ ମେଞ୍ଜରୀ ମୁଣ୍ଡା କୀଟନାଶକ ଖାଇ ଆତ୍ମହତ୍ୟା କରିଛନ୍ତି। ଗତକାଲି କୌଣସି କାରଣରୁ କୀଟନାଶକ ଖାଇ ଗୁରୁତର ହେବା ପରେ ତାଙ୍କୁ ପ୍ରଥମେ କରଞ୍ଜିଆ ଡାକ୍ତରଖାନା ଓ ସେଠାରୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପାଟଣା ଥାନା ଅପମୃତ୍ୟୁ ମାମଲା ୪୧/୨୦୨୪ ମୂଳେ ଆଜି ଅପରାହ୍ନରେ ସାହାରପଡା ଫାଣ୍ଡି ଅଧିକାରୀ ଭବାନୀ ଶଙ୍କର ବାଦି କେନ୍ଦୁଝର ଯାଇ ମୃତକର ଶବ ବ୍ୟବଚ୍ଛେଦ କରାଇଛନ୍ତି