ଦେବଗଡ ଜିଲ୍ଲା ପ୍ରଶାସନ ପକ୍ଷରୁୁ ସ୍ଥାନୀୟ ସଂସ୍କୃତି ଭବନଠାର ଗୁରୁବାର ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଗୁରୁବାର ପୂର୍ବାହ୍ନ ୧୦ ଟାରୁ ଦିନ ୧୨ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋରଞ୍ଜନ ସୁତାରଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଦେବଗଡ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ଥିଲେ।