ଧର୍ମଗଡ: କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଗଡିଲା ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥ
ଶନିବାର ପୁରୁଷ ବନ୍ଧ୍ୟାକରଣ ସଚେତନତା ପକ୍ଷ ପାଳନ ଅବସରରେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଏକ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ କରାଯାଇଛି। ଏହାସହ ଅପରାହ୍ନରେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା। କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ମୃତ୍ୟୁଞ୍ଜୟ ମହାନ୍ତି ପତାକା ଦେଖାଇ ସଚେତନତା ରଥ ର ଶୁଭାରମ୍ଭ କରିଥିଲେ।