ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍ (୧) କୋର୍ଟରେ ସୋମବାର ଶାଶୁ ଓ ପତ୍ନୀକୁ ହତ୍ୟାକାଣ୍ଡ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସତ୍ୟ ନାରାୟଣ ପାତ୍ର ଏହାର ବିଚାର କରି ହତ୍ୟାକାରୀ ଜ୍ୱାଇଁକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥି ସହିତ ୫୦ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ୬ମାସର କାରାଦଣ୍ଡ ଭୋଗିବା ନେଇ ରାୟରେ ଉଲ୍ଲେଖ କରିଛନ୍ତି। ହତ୍ୟାକାରୀ ଜଣକ ହେଲେ ମୋରଡ଼ା ଥାନା ଅନ୍ତର୍ଗତ ଖୁଣ୍ଟାପାଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାନ୍ତ(୫୦)।