ଝାରସୁଗୁଡା: ଏଚ କଣ୍ଟାପାଲି ସ୍ଥିତ ଆଦର୍ଶ ବିଦ୍ୟାଳୟ ନିକଟରେ ଏକ ପେଡ ମା କେ ନାମ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ରାଜସ୍ୱ ମନ୍ତ୍ରୀ
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ ଆଜି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଆୟୋଜିତ ହେଉଛି। ଚଳିତ ବର୍ଷ ଏହି ଅଭିଯାନରେ ରାଜ୍ୟରେ ୭.୫କୋଟି ଚାରାରୋପଣ କରିବାର ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଆଜି ସକାଳ ସାଢେ ଆଠଟା ସମୟରେ ଝାରସୁଗୁଡ଼ା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଏଚ କଣ୍ଟାପାଲି ସ୍ଥିତ ଆଦର୍ଶ ବିଦ୍ୟାଳୟ ନିକଟରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମ ରେ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ବରଗଡ଼ ସାଂସଦ ପ୍ରଦୀପ