ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ ମୁଖ୍ୟାଳୟରେ ଆଜି ସକାଳ ଏଗାରଟା ସମୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଝାରସୁଗୁଡା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରାଘବେନ୍ଦ୍ର ରେଡ୍ଡୀ , ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୂର୍ଯ୍ୟା°ଶୁ ରୁତ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେଶ ମୋହନ ପଣ୍ଡା,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।