ଜୟପୁର: ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସଭାଗୃହ ଠାରେ କୋରାପୁଟ ଜିଲ୍ଲା ଅମଲା ସଙ୍ଘର ବୈଠକ, ସଭାପତି ଦେଲେ ସୂଚନା
ଓଡ଼ିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖା ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସଭାଗୃହ ଠାରେ ଆଜି ଦିନ 11ଟା 30 ମିନିଟ ସମୟରେ ଅନୁଷ୍ଠିତ ହୋଇଛି l ଓଡ଼ିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖା ସଭାପତି ଶଶୀ ଭୂଷଣ ଦାସ ଙ୍କ ଆହ୍ବାନ କ୍ରମେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଶତାଧିକ ଅମଲା ଯୋଗଦାନ କରି ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ l ବୈଠକରେ ଓଡ଼ିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖାର ସଂଗଠନିକ ସମ୍ପାଦକ କୈଳାଶ ସାମନ୍ତରାୟ, ଓଡ଼ିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖା ଉପ ସଭାପତି ଜଗନ୍ନାଥ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ l