ଲକ୍ଷ୍ମୀପୁର: ଲକ୍ଷ୍ମୀପୁର ସ୍ଥିତ ସାଙ୍ଗାନା ଉଚ୍ଚ ବିଦ୍ୟାଳୟ ଠାରେ ଚଷମା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗ ଦେଲେ ବିଧାୟକ
ଲକ୍ଷ୍ମୀପୁର ସ୍ଥିତ ସାଙ୍ଗାନା ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମଗ୍ର ଶିକ୍ଷା ଦ୍ଵାରା ବ୍ଲକ୍ ସ୍ତରୀୟ ଅଖିଳ ଭାରତୀୟ ଶିକ୍ଷା ସମାଗମ ଉତ୍ସଵ ପାଳନ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଅଧ୍ୟୟନ ରତ ଚକ୍ଷୁ ଗତ ସମସ୍ୟା ଥିବା ଛାତ୍ର ଛାତ୍ରୀ ମାନଙ୍କୁ ଚଷମା ପ୍ରଦାନ କରାଯାଇଥିଲା।ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଭୂତି ଭୂଷଣ ଟାକ୍ରି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିର ରେ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ଜଗନ୍ନାଥ ଙ୍କ ନିକଟରେ ପୂଜାର୍ଚ୍ଚନା କରି ଶିବିର ର ଶୁଭ ଉଦ୍ଘାଟନ କରିଥିଲେ।