ଜୟପୁର ପୌରପାଳିକା ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ଅବସରରେ ଜୟପୁର ର ସ୍ଥାନୀୟ ଏକ ବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ସହରର ବିକାଶ, ପରିମଳ ବ୍ୟବସ୍ଥା, ପରିବେଶ ସୁରକ୍ଷା ଓ ସାମାଜିକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ପ୍ରତିଯୋଗିତା ଗୁଡ଼ିକ ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ବିଭିନ୍ନ ଶ୍ରେଣୀର ଛାତ୍ରଛାତ୍ରୀ ଉତ୍ସାହର ସହ ଏଥିରେ ଭାଗ ନେଇଥିଲେ। ପ୍ରତିଯୋଗିତାରେ ଚିତ୍ରାଙ୍କନ, ରଚନା ଲେଖନ ସମେତ ବିଭିନ୍ନ ବିଷୟକୁ ନେଇ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।
Jeypore, Koraput | Aug 25, 2026